ନୂଆଦିଲ୍ଲୀ: ଲଗାତାର ଭାବେ ୩ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫,୦୦୦ପାର କରୁଥିବା ବେଳେ ଗତକାଲି ୭୦,୦୦୦ତଳକୁ ଖସିଥିଲା ଆକ୍ରାନ୍ତଙ୍କ ସଂଖ୍ୟା। ହେଲେ ଆଜି ପୁଣି ଥରେ ୭୮,୦୦୦ପାର କରିଛି ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଉଭୟ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟ ଅଧିକ ରହିଛି। ଗତକାଲି ୨୪ଘଣ୍ଟା ମଧ୍ୟରେ ୬୯,୯୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୪ଘଣ୍ଟାରେ ୭୮,୩୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଗତକାଲି ମୃତ୍ୟୁସଂଖ୍ୟା ୧,୦୦୦ତଳକୁ ରହିଥିବା ବେଳେ ଆଜି ମୃତ୍ୟୁ ସଂଖ୍ୟା ୧,୦୦୦ପାର କରିଛି।
ସେପ୍ଟେମ୍ବର ୨ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୩୭, ୬୯,୫୨୩ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୨୯୦୧୯୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି। ବାକି ୬୬,୩୩୩ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୭୮,୩୫୭ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮୦୧୨୮୨ରହିଛି। ଏହା ସହ ୨୪ ଘଣ୍ଟାରେ ୧୦୪୫ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

ସୂଚନା ମୁତାବକ, ଗତକାଲି ୨୪ଘଣ୍ଟାରେ ୬୯,୯୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆକ୍ରାନ୍ତଙ୍କ ମଧ୍ୟରୁ ୨୮୩୯୮୮୨ ଜଣ ସୁସ୍ଥ ହୋଇଥିଲେ ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଥିଲେ। ବାକି ୬୫,୨୮୮ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୬୯,୯୨୧ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୮୫୯୯୬ରହିଥିଲା। ଏହା ସହ ୨୪ ଘଣ୍ଟାରେ ୮୧୯ଜଣ ଆକ୍ରାନ୍ତ ପ୍ରାଣ ହରାଇଥିଲେ।