ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ସବୁ ରେକର୍ଡ ଭାଙ୍ଗି ଆକ୍ରାନ୍ତଙ୍କ ସଂଖ୍ୟା ୯୭,୦୦୦ପାର କରିଥିବା ବେଳେ ଆଜି ୯୪,୦୦୦ ପାର କରିଛି ଆକ୍ରାନ୍ତଙ୍କ ସଂଖ୍ୟା। ୩ଦିନ ହେଲାଣି ଲଗାତାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତକାଲି ୨୪ଘଣ୍ଟାରେ ୯୭,୫୭୦କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୪ଘଣ୍ଟାରେ ୯୪,୩୭୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଆଜି ମଧ୍ୟ ମୃତ୍ୟୁ ସଂଖ୍ୟା ୧,୦୦୦ପାର କରିଛି।
ସେପ୍ଟେମ୍ବର ୧୩ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୪୭, ୫୪,୩୫୬ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୩୭୦୨୫୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି। ବାକି ୭୮,୫୮୬ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୯୪,୩୭୨ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୩୧୭୫ ରହିଛି। ୨୪ ଘଣ୍ଟାରେ ୧,୧୧୪ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

ଗତକାଲି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୪୬, ୫୯,୯୮୪ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଥିଲା । ଆକ୍ରାନ୍ତଙ୍କ ମଧ୍ୟରୁ ୩୬,୨୪,୧୯୬ ଜଣ ସୁସ୍ଥ ହୋଇଥିଲେ ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଥିଲେ। ବାକି ୭୭,୪୭୨ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୯୭,୫୭୦ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୮୩୧୬ ରହିଥିଲା। ୨୪ ଘଣ୍ଟାରେ ୧,୨୦୧ ଆକ୍ରାନ୍ତ ପ୍ରାଣ ହରାଇଥିଲେ।