ନୂଆଦିଲ୍ଲୀ: ଦେଶରେ ଆଜି ୫୦ଲକ୍ଷ ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଲଗାତାର ବଢ଼ୁଥିବା ସଂଖ୍ୟା ଏବେ ଚିନ୍ତାର ବିଷୟ ପାଲଟିଛି। ତେବେ ଆକ୍ରାନ୍ତ ସହ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ୁଛି। ୨୪ଘଣ୍ଟାରେ ୯୦,୧୨୩କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୨୯୬୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହା ସହ ୧୨୯୦ଜଣଙ୍କର ମୃତ୍ୟୁ ଘଟିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୦,୨୦,୩୫୯ ରେ ପହଞ୍ଚିଛି । ଏହା ମଧ୍ୟରୁ ୯୯୫୯୩୩ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୮୨,୦୬୬ ରହିଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୩୯,୪୨,୩୬୦ ରେ ପହଞ୍ଚିଛି । ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୬୩% ରହିଥିବା ବେଳେ ଆରୋଗ୍ୟ ହାର ୭୮.୫୩% ରହିଛି।
ସୂଚନା ମୁତାବକ, କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୪୯,୩୦,୨୩୭ ରେ ପହଞ୍ଚିଥିଲା । ଏହା ମଧ୍ୟରୁ ୯,୯୦,୦୬୧ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୮୦,୭୭୬ ରହିଥିଲା। ଏହା ସହ ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୩୮,୫୯,୪୦୦ ରେ ପହଞ୍ଚିଥିଲା ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/09/50-Lakhs-Crosess-Covid-Cases-in-India_Thumbnail.jpg)