୨୪ଘଣ୍ଟାରେ ୯୭,୮୯୪କରୋନା ଆକ୍ରାନ୍ତ ଚିହ୍ନଟ,୧୧୩୨ଜଣ ମୃତ

Advertisment
୨୪ଘଣ୍ଟାରେ ୯୭,୮୯୪କରୋନା ଆକ୍ରାନ୍ତ ଚିହ୍ନଟ,୧୧୩୨ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଆଜି ୫୧ଲକ୍ଷ ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଲଗାତାର ବଢ଼ୁଥିବା ସଂଖ୍ୟା ଏବେ ଚିନ୍ତାର ବିଷୟ ପାଲଟିଛି। ତେବେ ଆକ୍ରାନ୍ତ ସହ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ୁଛି। ୨୪ଘଣ୍ଟାରେ  ୯୭,୮୯୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୨୭୧୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହା ସହ ୧୧୩୨ଜଣଙ୍କର ମୃତ୍ୟୁ ଘଟିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୧,୧୮,୨୫୩ ରେ ପହଞ୍ଚିଛି । ଏହା ମଧ୍ୟରୁ ୧୦୦୯୯୭୬ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୮୩,୧୯୮ ରହିଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୪୦,୨୫୦,୭୯ ରେ ପହଞ୍ଚିଛି । ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୬୩% ରହିଥିବା ବେଳେ ଆରୋଗ୍ୟ ହାର ୭୮.୬୪% ରହିଛି।

Coronavirus & COVID-19 Overview: Symptoms, Risks, Prevention, Treatment & More WebMD

ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୦,୨୦,୩୫୯ ରେ ପହଞ୍ଚିଥିଲା । ଏହା ମଧ୍ୟରୁ ୯୯୫୯୩୩ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୮୨,୦୬୬ ରହିଥିଲା । ଏହା ସହ ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୩୯,୪୨,୩୬୦ ରେ ପହଞ୍ଚିଥିଲ‌ା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe