୨୪ଘଣ୍ଟାରେ ଭାରତରେ ୮୩୦୧୧ ସୁସ୍ଥ, ୭୮୫୨୪ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇପାରେ ଲାଗିଛି । ସେପ୍ଟେମ୍ବର ମାସରେ ଦୈନିକ ସଂକ୍ରମଣ ସଂଖ୍ୟା ହାରାହାରି ୯୦ ହଜାର ଉପରେ ରହୁଥିବାବେଳେ ଏବେ ତାହା ନିୟମିତ ଭାବେ ହ୍ରାସ ପାଇବାରେ  ଲାଗିଛି ।  ଗତ ୨୪ ଘଣ୍ଟାରେ  ପ୍ରାୟ ୭୮ ହଜାର  ନୂଆ ସଂକ୍ରମଣ ସହ  ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୬୮ ଲକ୍ଷ ୩୫ ହଜାରରେ ପହଞ୍ଚିଛି।  ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି। ଗତ ୨୪ଘଣ୍ଟାରେ ୮୩୦୧୧ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୭୧ଜଣଙ୍କ ମୃତ୍ୟୁ ଘଟିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୬୮,୩୫,୬୫୬ ରେ ପହଞ୍ଚିଛି । ଏହା ମଧ୍ୟରୁ ୯୦୨୪୨୫ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧୦୫୫୨୬କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୫୮୨୭୭୦୪ରେ ପହଞ୍ଚିଛି ।  ଗତ ୨୪ ଘଣ୍ଟାରେ ଭାରତରେ ୭୮୫୨୪ ନୂଆ ମାମଲା ସାମ୍ନାକୁ ଆସିଛି ଓ ୯୭୧ଜଣ ମୃତ୍ୟୁବରଣ କରିଛନ୍ତି ।

What is coronavirus and Covid-19? An explainer - CNN
CNN.com

ଦେଶରେ ଗତ କାଲି ପ୍ରାୟ ୧୧,୯୪,୩୨୧ଟି କରୋନା ନମୁନା ପରୀକ୍ଷା ହୋଇଛି । ଏହାକୁ ମିଶାଇ ଦେଶରେ ଏପର୍ଯ୍ୟନ୍ତ ମୋଟ ୮୩୪୬୫୯୭୫ଟି କରୋନା ନମୁନା ପରୀକ୍ଷା ହେଲାଣି ।

ସମ୍ବନ୍ଧିତ ଖବର