ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮,୪୫୪ କରୋନା ଆକ୍ରାନ୍ତ ଚିହ୍ନଟ

Advertisment
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮,୪୫୪ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୮ ହଜାରରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧ ଶହରୁ କମ୍‌ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୪୫୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୬୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୨୭,୪୫୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୬୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୨,୮୧୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭,୫୬୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୪,୯୫,୮୦୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୭୮,୮୩୧।

ସ୍ୱାସ୍ଥ୍ୟ ମନ୍ତ୍ରାଳୟj ତଥ୍ୟ ଅନୁସାରେ, ଦେଶରେ ୧୦୦କୋଟି ଟପିଛି କରୋନା ଟିକାକରଣ। ଦେଶରେ ଟିକାକରଣ ଅଭିଯାନ ଜାନୁଆରି ମାସରେ ଆରମ୍ଭ ହୋଇଥିଲା। ଏହି ଅଭିଯାନ ଆରମ୍ଭ ହେବାର ୯ ମାସ ପରେ ଭାରତ ପ୍ରଥମ ଥର ପାଇଁ ୧୦୦ କୋଟି ଟିକାର ମାଇଲଖୁଣ୍ଟ ହାସଲ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe