ନୂଆଦିଲ୍ଲୀ: ଆଜି ପୂର୍ବ ସବୁ ରେକର୍ଡ ଭାଙ୍ଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। କିଛି ଦିନ ହେବ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା କମ ରହିଥିବା ବେଳେ ଆଜି ୨୪ଘଣ୍ଟାରେ ୬୬,୯୯୯ଜଣ କରୋନା ଆକ୍ରାନ୍ତଙ୍କ ହୋଇଛନ୍ତି। ଅଗଷ୍ଟ ୧୩ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୩,୯୬,୬୩୭ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୫୯୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି। ବାକି ୪୭୦୩୩ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୬୬,୯୯୯ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୫୩୬୨୨ରହିଛି। ୨୪ ଘଣ୍ଟାରେ ୯୪୨ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

Advertisment

Wuhan officials face questions, anger over virus response | WFXRtv WFXR

ଗତକାଲି ଦେଶରେ ୨୪ଘଣ୍ଟାରେ ମୋଟ ୬୦, ୯୬୩ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଅଗଷ୍ଟ ୧୨ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୩, ୨୯, ୬୩୯ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଥିଲା । ଆକ୍ରାନ୍ତଙ୍କ ମଧ୍ୟରୁ ୧୬୩୯୫୯୯ ଜଣ ସୁସ୍ଥ ହୋଇଥିଲେ ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଥିଲେ। ବାକି ୪୬୦୯୧ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୬୦, ୯୬୩ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୪୩୯୪୮ ରହିଥିଲା। ୨୪ ଘଣ୍ଟାରେ ୮୩୪ ଆକ୍ରାନ୍ତ ପ୍ରାଣ ହରାଇଥିଲେ। ଆଜି ମୃତ୍ୟୁ ସଂଖ୍ୟା ସହ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢ଼ିଛି।