ନୂଆଦିଲ୍ଲୀ: ଅଗଷ୍ଟ ୧୫ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୫,୨୬,୧୯୨ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୮୦୮୯୩୬ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି। ବାକି ୪୯୦୩୬ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୬୫,୦୦୨ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୬୮୨୨୦ ରହିଛି। ତେବେ ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା କମ ରହିଥିବା ବେଳେ ଆଜି ଏହି ସଂଖ୍ୟାରେ ବୃଦ୍ଧି ଘଟିଛି। ଗତକାଲି ୨୪ଘଣ୍ଟାରେ ୬୪,୫୫୩ ଚିହ୍ନଟ ହୋଇଥିଲେ, ହେଲେ ଆଜି ୬୫,୦୦୨ ହୋଇଛନ୍ତି। ଏହା ସହ ୨୪ଘଣ୍ଟାରେ ୯୯୬ଜଣ ମୃତ୍ୟୁବରଣ କରିଛନ୍ତି, ଯାହା ଗତକାଲିର ସଂଖ୍ୟାଠାରୁ କମ ରହିଛି।
/sambad/media/post_attachments/093edddc300cce7ba3234c376b235eedb39a9875a31133a59058caec67ddb5c8.jpg) Harvard Business Review
 Harvard Business Reviewସୂଚନା ମୁତାବକ, ଅଗଷ୍ଟ ୧୪ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪,୬୧,୧୯୦ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଥିଲା । ଆକ୍ରାନ୍ତଙ୍କ ମଧ୍ୟରୁ ୧୭୫୧୫୫୫ଜଣ ସୁସ୍ଥ ହୋଇଥିଲେ ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଥିଲେ। ବାକି ୪୮୦୪୦ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୬୪,୫୫୩ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୬୧୫୯୫ ରହିଥିଲା। ଗତକାଲି ୨୪ଘଣ୍ଟାରେ ୧୦୦୭ଆକ୍ରାନ୍ତ ପ୍ରାଣ ହରାଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp) 
   Follow Us
 Follow Us/sambad/media/post_attachments/wp-content/uploads/2020/08/Covid-Update-of-India-on-15th-August_Thumbnail.jpg)