ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୪୬ ହଜାର ୨୫୪ ଜଣ କରୋନା ସଂକ୍ରମିତ, ୫୧୪ ଜଣ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୪୬ ହଜାର ୨୫୪ ଜଣ କରୋନା ସଂକ୍ରମିତ, ୫୧୪ ଜଣ ମୃତ

ନୂଆଦିଲ୍ଳୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୪୬ ହଜାର ୨୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦ‌ାୟ ୮୩ ଲକ୍ଷ ୧୩ ହଜାର ୮୭୭ ଆକ୍ରାନ୍ତ ଚିହ୍ନଟ ହୋଇ ସାରିଲେଣି। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଦେଶରେ ୫୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୩ ହଜାର ୬୧୧ରେ ପହଞ୍ଚିଛି।

ଏବେ ସୁଦ୍ଧା କରୋନାରୁ ସମୁଦାୟ ୭୬ ଲକ୍ଷ ୫୬ ହଜାର ୪୭୮ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୫୩ ହଜାର ୩୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସକ୍ରିୟ ଅଛନ୍ତି ୫ ଲକ୍ଷ ୩୩ ହଜାର ୭୮୭ ଜଣ।

ସେହିପରି ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ୍‌ ରିସର୍ଚ ପକ୍ଷରୁ ମିଳିଥିବା ରିପୋର୍ଟ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୦୯ ହଜାର ୬୦୯ ନମୁନା ପରୀକ୍ଷା ହୋଇଥିବା ବେଳେ ଏବେ ସୁଦ୍ଧା ସମୁଦାୟ ୧୧ କୋଟି ୨୯ ଲକ୍ଷ ୯୮ ହଜାର ୯୫୯ ନମୁନା ପରୀକ୍ଷା ହୋଇ ସାରିଲାଣି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe