ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨,୯୩୭ କରୋନା ଆକ୍ରାନ୍ତ ଚିହ୍ନଟ, ୪୧୭ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି ବଢ଼ୁଛି କରୋନା ସଂକ୍ରମଣ। ଗତକାଲି ସଂକ୍ରମଣ ୩୫,୦୦୦ ପାର କରିଥିବା ବେଳେ ଆଜି ସଂକ୍ରମଣ ୩୦,୦୦୦ ପାର କରିଛି । ଏହା ସହ ମୃତ୍ୟୁସଂଖ୍ୟା ୪୦୦ଟପିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୨,୯୩୭କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୧୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୨୨,୨୫,୫୦୪ ଓ ମୃତ୍ୟୁସଂଖ୍ୟା ୪,୩୧,୬୪୨ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୫,୯୦୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୧୪,୧୧,୯୨୪ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୮୧,୯୪୭ ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ୨୪ଘଣ୍ଟାରେ ୧୭,୪୩,୧୧୪ ଜଣଙ୍କୁ ଟିକା ଦିଆଯାଇଛି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ମୋଟ ୫୪,୫୮,୫୭,୧୦୮ଜଣଙ୍କୁ ଟିକା ଦିଆଯାଇସାରିଛି।

ସମ୍ବନ୍ଧିତ ଖବର