ଭାରତରେ ୧ଲକ୍ଷ ଟପିଲା ମୃତ୍ୟୁ ସଂଖ୍ୟା, ୨୪ଘଣ୍ଟାରେ ୭୯,୪୭୬ କରୋନା ଆକ୍ରାନ୍ତ ଚିହ୍ନଟ

Advertisment
ଭାରତରେ ୧ଲକ୍ଷ ଟପିଲା ମୃତ୍ୟୁ ସଂଖ୍ୟା, ୨୪ଘଣ୍ଟାରେ ୭୯,୪୭୬ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ହୁ ହୁ ହୋଇ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୦ହଜାର ପାଖାପାଖି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦେଶରେ ମୃତ୍ୟୁ ସଂଖ୍ୟା ୧ଲକ୍ଷ ପାର କରିଛି। ୨୪ଘଣ୍ଟାରେ ୭୯,୪୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୬୯ଜଣ ମୃତ୍ୟୁବରଣ କରିଛନ୍ତି। ନୂତନ ମୃତ୍ୟୁସଂଖ୍ୟାକୁ ମିଶାଇ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୦୮୪୨ରେ ପହଞ୍ଚିଛି।

ଅକ୍ଟୋବର ୩ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୬୪,୭୩,୫୪୪ ଜଣ କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୫୪୨୭୭୦୬ ଜଣ ସୁସ୍ଥ ହୋଇଛନ୍ତି। ବାକି ୧୦୦୮୪୨ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା  ୭୯,୪୭୬ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୪୪୯୯୬ ରହିଛି।

Weekly Update: Global Coronavirus Impact and Implications Counterpoint Research

ଦେଶରେ ବର୍ତ୍ତମାନ ମୃତ୍ୟୁହାର ୧.୫୬ ପ୍ରତିଶତ ରହିଥିବା ବେଳେ ସୁସ୍ଥତା ହାର ୮୩.୮୪ ପ୍ରତିଶତ ରହିଛି। ସାରା ବିଶ୍ବରେ ଭାରତର ସୁସ୍ଥତାର ହାର ଏବେ ସବୁଠାରୁ ଅଧିକ ରହିଛି। ତା’ ପଛକୁ ରହିଛି ଆମେରିକା। ଆମେରିକାରେ ଏଯାବତ୍ ୪୭୭୮୨୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe