ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ପ୍ରାୟ ସାଢ଼େ ୬ ହଜାରରୁ କିଛି ଅଧିକ ଥିବାବେଳେ ମୃତ୍ୟୁସଂଖ୍ୟା ୨ ଶହରୁ ଅଧିକ ରହିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୩୫୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୯୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୭,୯୯,୬୯୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୯୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୦,୨୯୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୬,୪୫୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୨,୪୩,୯୪୫।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭୫,୪୫୬।

ସେହିପରି ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୬୫୩ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୪୨,୪୬,୮୧,୭୩୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।