ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବିସ୍ତାର ହାର କମ୍ ରହିବା ପରେ ପୁନଶ୍ଚ ସଂକ୍ରମଣ ବେଗ ଦ୍ରୁତ ବୃଦ୍ଧି ପାଇ ବ୍ୟାପକ ହେବାରେ ଲାଗିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୮,୦୬୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୭୭ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ହାର କମ ରହିଛି। ଗତକାଲି ସଂକ୍ରମଣ ହାର ୧୨.୬% ଥିବା ବେଳେ ଆଜି ୧୦.୬୪% ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୫୮,୭୫,୭୯୦ରେ ପହଞ୍ଚିଛି।

publive-image scientificamerican

ଗତ ୨୪ ଘଣ୍ଟାରେ ହୋଇଥିବା ୨୭୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୪,୨୧୩ରେ ପହଞ୍ଚିଛି।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮,୨୧,୪୪୬।

ସେହିପରି ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୪,୪୬୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୬୯,୯୫୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୫,୭୦,୧୩୧।