୨୪ ଘଣ୍ଟାରେ ଦେଶରେ ୭୨,୦୪୯ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୮୨,୨୦୩ ଜଣ

ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇପାରେ ଲାଗିଛି । ସେପ୍ଟେମ୍ବର ମାସରେ ଦୈନିକ ସଂକ୍ରମଣ ସଂଖ୍ୟା ହାରାହାରି ୯୦ ହଜାର ଉପରେ ରହୁଥିବାବେଳେ ଏବେ ତାହା ନିୟମିତ ଭାବେ ହ୍ରାସ ପାଇବାରେ  ଲାଗିଛି ।  ଗତ ୨୪ ଘଣ୍ଟାରେ  ପ୍ରାୟ ୭୨ ହଜାର  ନୂଆ ସଂକ୍ରମଣ ସହ  ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୬୭ ଲକ୍ଷ ୫୭ ହଜାରରେ ପହଞ୍ଚିଛି ।  ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି। ଗତ ୨୪ଘଣ୍ଟାରେ ୮୨୨୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୮୬ଜଣଙ୍କ ମୃତ୍ୟୁ ଘଟିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୬୭,୫୭,୧୩୧ ରେ ପହଞ୍ଚିଛି । ଏହା ମଧ୍ୟରୁ ୯୦୭୮୮୩ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧୦୪୫୫୫କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୫୭୪୪୬୯୩ରେ ପହଞ୍ଚିଛି ।  ଗତ ୨୪ ଘଣ୍ଟାରେ ଭାରତରେ ୭୨୦୪୯ ନୂଆ ମାମଲା ସାମନାକୁ ଆସିଛି ଓ ୯୮୬ ଜଣ ମୃତ୍ୟୁବରଣ କରିଛନ୍ତି ।

Does disinfecting surfaces really prevent the spread of coronavirus? | Science | AAAS
Science

ଦେଶରେ ଗତ କାଲି ପ୍ରାୟ ୧୧,୯୯,୮୫୭ଟି କରୋନା ପରୀକ୍ଷା ହୋଇଛି । ଏହାକୁ ମିଶାଇ ଦେଶରେ ଏପର୍ଯ୍ୟନ୍ତ ମୋଟ ୮୨୨୭୧୬୫୪ଟି କରୋନା ନମୁନା ପରୀକ୍ଷା ହେଲାଣି ।

ସମ୍ବନ୍ଧିତ ଖବର