ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ସେପ୍ଟେମ୍ବର ମାସରେ ଦୈନିକ ସଂକ୍ରମଣ ସଂଖ୍ୟା ହାରାହାରି ୯୦ ହଜାର ଉପରେ ରହୁଥିବା ବେଳେ ଏବେ ତାହା ନିୟମିତ ଭାବେ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ପ୍ରାୟ ୭୪ ହଜାର ନୂଆ ସଂକ୍ରମଣ ସହ ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୭୦ ଲକ୍ଷ ପାର କରିଛି। ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି। ଗତ ୨୪ଘଣ୍ଟାରେ ୮୯,୧୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୧୮ଜଣଙ୍କ ମୃତ୍ୟୁ ଘଟିଛି।
Sambad is now on WhatsApp
Join and get latest news updates delivered to you via WhatsApp
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୭୦,୫୩,୮୦୭ ରେ ପହଞ୍ଚିଛି । ଏହା ମଧ୍ୟରୁ ୮୬୭୪୯୬ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧୦୮୩୩୪କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୬୦୭୭୯୭୬ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ଭାରତରେ ୭୪,୩୮୩ ନୂଆ ମାମଲା ସାମ୍ନାକୁ ଆସିଛି ଓ ୯୧୮ଜଣ ମୃତ୍ୟୁବରଣ କରିଛନ୍ତି ।
10,78,544 samples tested for #COVID19 yesterday. Total 8,68,77,242 samples tested in the country up to 10th October: Indian Council of Medical Research (ICMR) pic.twitter.com/SJz35NL8Yy
— ANI (@ANI) October 11, 2020
ଏହା ସହ ଦେଶରେ ଅକ୍ଟୋବର ୯ପର୍ଯ୍ୟନ୍ତ ୮,୬୮,୭୭,୨୪୨ଟି ନମୁନା ପରୀକ୍ଷା ହୋଇଥିବା ବେଳେ ଗତକାଲି ୧୦,୭୮,୫୪୪ନମୁନା ପରୀକ୍ଷା କରାଯାଇଛି।