କମୁଛି ଆକ୍ରାନ୍ତଙ୍କ ସଂଖ୍ୟା: ୨୪ଘଣ୍ଟାରେ ୮୬,୯୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ

Advertisment
କମୁଛି ଆକ୍ରାନ୍ତଙ୍କ ସଂଖ୍ୟା: ୨୪ଘଣ୍ଟାରେ ୮୬,୯୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: କିଛି ଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦,୦୦୦ପାର କରୁଥିବା ବେଳେ ଆଜି ୯୦,୦୦୦ତଳକୁ ଖସିଛି। ଆଜି ୨୪ଘଣ୍ଟାରେ ୮୬,୯୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଏହା ସହ ୯୩୩୫୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୨୪ଘଣ୍ଟାରେ ୧୧୩୦ଜଣଙ୍କର ମୃତ୍ୟୁ ଘଟିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୪,୮୭,୫୮୦ରେ ପହଞ୍ଚିଛି । ଏହା ମଧ୍ୟରୁ ୧୦୦୩୨୯୯ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୮୭,୮୮୨ ରହିଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୪୩,୯୬୩,୯୯ ରେ ପହଞ୍ଚିଛି । ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୬୧% ରହିଥିବା ବେଳେ ଆରୋଗ୍ୟ ହାର ୭୯.୬୮% ରହିଛି। ନୂତନ ସୁସ୍ଥ ସଂଖ୍ୟାକୁ ମିଶାଇ ଭାରତ ଏବେ ବିଶ୍ବରେ ଆଗରେ ରହିଛି। ତା’ ପଛକୁ ରହିଛି ଆମେରିକା। ଆମେରିକାରେ ବର୍ତ୍ତମାନ ୭,୦୦୪,୭୬୮ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ସେ ମଧ୍ୟରୁ ୪,୨୫୦,୧୪୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

publive-image The Economic Times

ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୪,୦୦,୬୧୯ରେ ପହଞ୍ଚିଥିଲା । ଏହା ମଧ୍ୟରୁ ୧୦୧୦୮୨୪ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୮୬,୭୫୨ ରହିଥିଲା । ଏହା ସହ ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୪୩,୦୩୦,୪୩ ରେ ପହଞ୍ଚିଥିଲା । ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୬୧% ରହିଥିବା ବେଳେ ଆରୋଗ୍ୟ ହାର ୭୯.୨୮% ରହିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe