ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନିୟମିତଭାବେ କମିଚାଲିଛି । ଗତ ୨୪ ଘଣ୍ଟାରେ ଦେଶରେ ୩୮,୩୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଗତକାଲି ଦୁଇ ଦିନ ଭଳି ଆଜି ମଧ୍ୟ ମୃତ୍ୟୁସଂଖ୍ୟା ୫୦୦ତଳକୁ ଖସିଛି। ୨୪ଘଣ୍ଟାରେ ୪୯୦ଜଣ ମୃତ୍ୟୁବରଣ କରିଥିବା ବେଳେ ୫୮୩୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂତନ କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୨ ଲକ୍ଷ ଟପିଯାଇଛି ।
