୨୪ଘଣ୍ଟାରେ ୭୫,୦୮୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୧୦୫୩ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ: କିଛି ଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦,୦୦୦ପାର କରୁଥିବା ବେଳେ ଗତକାଲି ୯୦,୦୦୦ତଳକୁ ଖସିଥିଲା। ଗତକାଲି ୨୪ଘଣ୍ଟାରେ ୮୬,୯୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦,୦୦୦ତଳକୁ ଖସିଛି। ଆଜି ୨୪ଘଣ୍ଟାରେ ୭୫,୦୮୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪ଘଣ୍ଟାରେ ୧ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।  ୨୪ଘଣ୍ଟାରେ ୧୦୧୪୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୨୪ଘଣ୍ଟାରେ ୧୦୫୩ଜଣଙ୍କର ମୃତ୍ୟୁ ଘଟିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୫,୬୨,୬୬୩ରେ ପହଞ୍ଚିଛି । ଏହା ମଧ୍ୟରୁ ୯୭୫୮୬୧ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୮୮,୯୩୫ ରହିଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୪୪,୯୭୮,୬୭ରେ ପହଞ୍ଚିଛି । ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୬୦% ରହିଥିବା ବେଳେ ଆରୋଗ୍ୟ ହାର ୮୦.୧୨% ରହିଛି। ନୂତନ ସୁସ୍ଥ ସଂଖ୍ୟାକୁ ମିଶାଇ ଭାରତ ଏବେ ବିଶ୍ବରେ ଆଗରେ ରହିଛି। ତା’ ପଛକୁ ରହିଛି ଆମେରିକା। ଆମେରିକାରେ ବର୍ତ୍ତମାନ ୭,୦୪୬,୨୧୬ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ସେ ମଧ୍ୟରୁ ୪,୨୯୯,୫୨୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Coronavirus Questions Answered: What We Know About COVID-19 | Time
Time Magazine

ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୪,୮୭,୫୮୦ରେ ପହଞ୍ଚିଥିଲା । ଏହା ମଧ୍ୟରୁ ୧୦୦୩୨୯୯ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୮୭,୮୮୨ ରହିଥିଲା । ଏହା ସହ ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୪୩,୯୬୩,୯୯ ରେ ପହଞ୍ଚିଥିଲା । ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୬୧% ରହିଥିବା ବେଳେ ଆଜି ମୃତ୍ୟୁ ହାର ୧.୬୦% ରହିଛି। ଏହା ସହ ଆରୋଗ୍ୟ ହାର ୭୯.୬୮%ରୁ ୮୦.୧୨% ପହଁଞ୍ଚିଛି।

ସମ୍ବନ୍ଧିତ ଖବର