ଦେଶରେ ୨୪ ଘଣ୍ଟାରେ ୩୭,୯୭୫ଜଣ କରୋନା ଆକ୍ରାନ୍ତ, ୪୮୦ମୃତ

ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଇପାରେ ଲାଗିଛି । ଗତ ୨୪ ଘଣ୍ଟାରେ  ପ୍ରାୟ ୩୭ ହଜାର ୯୭୫ ନୂଆ ସଂକ୍ରମଣ ସହ  ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୯୧,୭୭,୮୪୧ରେ ପହଞ୍ଚିଛି ଓ ୪୮୦ ଜଣ ମୃତ୍ୟୁବରଣ କରିଛନ୍ତି । ଏହା ସହ ଦେଶରେ ୨୪ଘଣ୍ଟାରେ ୪୨,୩୧୪ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୯୧,୭୭,୮୪୧ରେ ପହଞ୍ଚିଛି । ଏହା ମଧ୍ୟରୁ ୪,୩୮,୬୬୭ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧,୩୪,୨୧୮ କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୮୬,୦୪,୯୫୫ରେ ପହଞ୍ଚିଛି ।

ଦେଶରେ କରୋନା ସଂକ୍ରମଣ କମୁଥିବାବେଳେ ଆଗାମୀ ଦିନରେ ସଂକ୍ରମଣର ୨ୟ ଲହରୀ ଆସିବାର ଆଶଙ୍କା କରୁଛନ୍ତି ବିଶେଷଜ୍ଞ ଓ ସରକାର । ଏ ନେଇ ଲୋକଙ୍କୁ ସତର୍କ ରହିବା ସହ କରୋନା ପ୍ରୋଟୋକଲ ମାନି ଚଳିବା ପାଇଁ କୁହାଯାଉଛି।

ସମ୍ବନ୍ଧିତ ଖବର