ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୬,୪୬,୦୧୦ରେ ପହଞ୍ଚିଛି । ଏହା ମଧ୍ୟରୁ ୯୬୮୩୭୭ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୯୦୦୨୦ ରହିଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୪୫,୮୭୬,୧୩ରେ ପହଞ୍ଚିଛି । ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୫୯% ରହିଥିବା ବେଳେ ଆରୋଗ୍ୟ ହାର ୮୧.୨୫% ରହିଛି। ନୂତନ ସୁସ୍ଥ ସଂଖ୍ୟାକୁ ମିଶାଇ ଭାରତ ଏବେ ବିଶ୍ବରେ ଆଗରେ ରହିଛି। ତା’ ପଛକୁ ରହିଛି ଆମେରିକା। ଆମେରିକାରେ ବର୍ତ୍ତମାନ ୭,୦୯୭,୯୩୭ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ସେ ମଧ୍ୟରୁ ୪,୩୪୬,୧୧୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
Gulf Newsଗତକାଲି ୨୪ଘଣ୍ଟାରେ ୭୫,୦୮୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୪ଘଣ୍ଟାରେ ୮୩,୩୪୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ୨୪ଘଣ୍ଟାରେ ୧୦୮୫ଜଣ ମୃତ୍ୟୁବରଣ କରିଛନ୍ତି। ଏହା ସହ ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୫,୬୨,୬୬୩ରେ ପହଞ୍ଚିଥିଲା । ଏହା ମଧ୍ୟରୁ ୯୭୫୮୬୧ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୮୮,୯୩୫ ରହିଥିଲା । ଏହା ସହ ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୪୪,୯୭୮,୬୭ରେ ପହଞ୍ଚିଥିଲା । ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୬୦% ରହିଥିବା ବେଳେ ଆରୋଗ୍ୟ ହାର ୮୦.୧୨% ରହିଥିଲା। ନୂତନ ସୁସ୍ଥ ସଂଖ୍ୟାକୁ ମିଶାଇ ଭାରତ ଏବେ ବିଶ୍ବରେ ଆଗରେ ରହିଥିଲା। ତା’ ପଛକୁ ରହିଥିଲା ଆମେରିକା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/09/Corona-in-India-on-23rd-September_Thumbnail.jpg)