ଦେଶରେ ଗତ ୨୪ଘଣ୍ଟାରେ ୩୬,୦୮୩ କରୋନା ଆକ୍ରାନ୍ତ ଚିହ୍ନଟ, ୪୯୩ ଆକ୍ରାନ୍ତ ମୃତ
ନୂଆଦିଲ୍ଲୀ: ଦେଶରେ ପୁଣି ବଢ଼ୁଛି କରୋନା ସଂକ୍ରମଣ। ଗତକାଲି ସଂକ୍ରମଣ ୪୦,୦୦୦ପାଖାପାଖି ରହିଥିବା ବେଳେ ଆଜି ସଂକ୍ରମଣ ୩୫,୦୦୦ ପାର କରିଛି । ଏହା ସହ ମୃତ୍ୟୁସଂଖ୍ୟା ୩୦୦ଟପିଛି।
Sambad is now on WhatsApp
Join and get latest news updates delivered to you via WhatsApp
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୬,୦୮୩କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୯୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୨୧,୯୨,୫୭୬ ଓ ମୃତ୍ୟୁସଂଖ୍ୟା ୪,୩୧,୨୨୫ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୭,୯୨୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୧୩,୭୬,୦୧୫ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୮୫,୩୩୬ ।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ୨୪ଘଣ୍ଟାରେ ୭୩,୫୦,୫୫୩ ଜଣଙ୍କୁ ଟିକା ଦିଆଯାଇଛି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ମୋଟ ୫୪,୩୮,୪୬,୨୯୦ଜଣଙ୍କୁ ଟିକା ଦିଆଯାଇସାରିଛି।