ଦେଶରେ ଗତ ୨୪ଘଣ୍ଟାରେ ୩୫,୧୭୮ କରୋନା ସଂକ୍ରମିତ ଚିହ୍ନଟ, ୪୪୦ମୃତ

ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି। ଗତକାଲି ଅପେକ୍ଷା ଆଜି ସଂକ୍ରମଣ ସଂଖ୍ୟା ଟିକେ ଅଧିକ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୪୦୦ଟପିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୫,୧୭୮କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୪୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୨୨,୮୫,୮୫୭ ଓ ମୃତ୍ୟୁସଂଖ୍ୟା ୪,୩୨,୫୧୯ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୭,୧୬୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୧୪,୮୫,୯୨୩ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୬୭,୪୧୫ ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ୨୪ଘଣ୍ଟାରେ ୫୫,୦୫,୦୭୫ ଜଣଙ୍କୁ ଟିକା ଦିଆଯାଇଛି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ମୋଟ ୫୬,୦୬,୫୨,୦୩୦ଜଣଙ୍କୁ ଟିକା ଦିଆଯାଇସାରିଛି।

ସମ୍ବନ୍ଧିତ ଖବର