ଦେଶରେ ଗତ ୨୪ଘଣ୍ଟାରେ ୩୬,୫୭୧ କରୋନା ସଂକ୍ରମିତ ଚିହ୍ନଟ, ୫୪୦ ମୃତ

ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି। ଆଜି ସଂକ୍ରମଣ ସଂଖ୍ୟା ୩୫,୦୦୦ପାର କରିଥିବା ବେ‌ଳେ ମୃତ୍ୟୁସଂଖ୍ୟା ୫୦୦ଟପିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୬,୫୭୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୪୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୨୩,୫୮,୮୨୯ ଓ ମୃତ୍ୟୁସଂଖ୍ୟା ୪,୩୩,୫୮୯ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୬,୫୫୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୧୫,୬୧,୬୩୫ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୬୩,୬୦୫ ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ୨୪ଘଣ୍ଟାରେ ୫୪,୭୧,୨୮୨ଜଣଙ୍କୁ ଟିକା ଦିଆଯାଇଛି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ମୋଟ ୫୭,୨୨,୮୧,୪୮୮ଜଣଙ୍କୁ ଟିକା ଦିଆଯାଇସାରିଛି।

ସମ୍ବନ୍ଧିତ ଖବର