୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬,୧୧୫ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୨୫୨

Advertisment
୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬,୧୧୫ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୨୫୨

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣ ସଂଖ୍ୟା ୨୬ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୧୧୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୫୨ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୫,୦୪,୫୩୪ ଓ ମୃତ୍ୟୁସଂଖ୍ୟା ୪,୪୫,୩୮୫ ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୪,୪୬୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୭,୪୯,୫୭୪ରେ ପହଞ୍ଚିଛି। ­­­­­

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୦୯,୫୭୫।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୧,୮୫,୧୩,୮୨୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୯୬,୪୬,୭୭୮ଡୋଜ୍‌ ଟିକା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe