ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୭,୩୨,୫୧୮ରେ ପହଞ୍ଚିଛି । ଏହା ମଧ୍ୟରୁ ୯୬୬୩୮୨ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୯୧୧୪୯ ରହିଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୪୬,୭୪୯,୮୭ରେ ପହଞ୍ଚିଛି । ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୫୯% ରହିଥିବା ବେଳେ ଆରୋଗ୍ୟ ହାର ୮୧.୫୫% ରହିଛି। ନୂତନ ସୁସ୍ଥ ସଂଖ୍ୟାକୁ ମିଶାଇ ଭାରତ ଏବେ ବିଶ୍ବରେ ଆଗରେ ରହିଛି। ତା’ ପଛକୁ ରହିଛି ଆମେରିକା। ଆମେରିକାରେ ବର୍ତ୍ତମାନ ୭,୧୩୯,୫୫୩ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ସେ ମଧ୍ୟରୁ ୪,୩୮୯,୯୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Advertisment

Coronavirus in India: How the Covid-19 pandemic affects India Pharmaceutical Technology

ଗତକାଲି ୨୪ଘଣ୍ଟାରେ ୮୩,୩୪୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୪ଘଣ୍ଟା‌ରେ ୮୬,୫୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ୨୪ଘଣ୍ଟାରେ ୧୧୨୯ଜଣ ମୃତ୍ୟୁବରଣ କରିଛନ୍ତି। ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୬,୪୬,୦୧୦ରେ ପହଞ୍ଚିଥିଲା । ଏହା ମଧ୍ୟରୁ ୯୬୮୩୭୭ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୯୦୦୨୦ ରହିଥିଲା । ଏହା ସହ ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୪୫,୮୭୬,୧୩ରେ ପହଞ୍ଚିଥିଲା । ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୫୯% ରହିଥିବା ବେଳେ ଆରୋଗ୍ୟ ହାର ୮୧.୨୫% ରହିଥିଲା। ନୂତନ ସୁସ୍ଥ ସଂଖ୍ୟାକୁ ମିଶାଇ ଭାରତ ଏବେ ବିଶ୍ବରେ ଆଗରେ ରହିଛି।