ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୧୮ ହଜାରରୁ ଟିକେ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୮୭୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୭୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୭,୧୬,୪୫୧ ଓ ମୃତ୍ୟୁସଂଖ୍ୟା ୪,୪୭,୭୫୧ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୮,୧୭୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୯,୮୬,୧୮୦ରେ ପହଞ୍ଚିଛି।
India reports 18,870 new #COVID19 cases, 28,178 recoveries, and 378 deaths in the last 24 hrs as per Union Health Ministry
Total cases 3,37,16,451
Total recoveries 3,29,86,180
Death toll 4,47,751
Active cases 2,82,520Total vaccination 87,66,63,490 (54,13,332 in last 24 hrs) pic.twitter.com/bZ0aM3U6lX
— ANI (@ANI) September 29, 2021
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୮୨,୫୨୦।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୭,୬୬,୬୩,୪୯୦ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୫୪,୧୩,୩୩୨ ଡୋଜ୍ ଟିକା।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୨୬ ତାରିଖ ସୁଦ୍ଧା ସମୁଦାୟ ୫୬,୭୪,୫୦,୧୮୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୦୪,୭୧୩ଟି ନମୁନା।