୨୪ ଘଣ୍ଟାରେ ଭାରତରେ ୩୭,୩୭୯ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୧୨୪

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ପ୍ରାୟ ସାଢ଼େ ୩୭ ହଜାରରୁ ଅଧିକ ଥିବାବେଳେ ମୃତ୍ୟୁସଂଖ୍ୟା ୧ ଶହରୁ ସାମାନ୍ୟ ଅଧିକ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୭,୩୭୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୨୪ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୯,୬୦,୨୬୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୨୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୨,୦୧୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧,୦୦୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୩,୦୬,୪୧୪।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୭୧,୮୩୦।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୪୬,୭୦,୧୮,୪୬୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

ସମ୍ବନ୍ଧିତ ଖବର