ନୂଆଦିଲ୍ଲୀ: ୨ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ଘଣ୍ଟାରେ ଦେଶରେ ୨ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୪୭,୪୧୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୮୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୬୩,୧୭,୯୨୭ ଓ ମୃତ୍ୟୁସଂଖ୍ୟା ୪,୮୫,୦୩୫ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୮୪,୮୨୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୪୭,୧୫,୩୬୧ରେ ପହଞ୍ଚିଛି।
ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧,୧୭,୫୩୧।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ଓମିକ୍ରନ୍ ଅକ୍ରାନ୍ତଙ୍କ ସଂଖ୍ୟା ୫୪୮୮ ହୋଇଥିବା ରେକର୍ଡ କରାଯାଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୫୪,୬୧,୩୯,୪୬୫ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/01/Corona-in-India-on-13th-January_Thumbnail.jpg)