ନୂଆଦିଲ୍ଲୀ: ଆଜି ନିଜର ସବୁ ରେକର୍ଡ ଭାଙ୍ଗିଛି କରୋନା। ୨୪ଘଣ୍ଟାରେ ସର୍ବାଧିକ ୯୫,୭୩୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ପୂର୍ବ ରେକର୍ଡଠାରୁ ଅଧିକ। ଏହା ସହ ୨୪ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧,୦୦୦ପାର କରିଛି। ସେପ୍ଟେମ୍ବର ୧୦ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୪୪, ୬୫,୮୬୬୩ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୩୪,୭୧,୭୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି। ବାକି ୭୫, ୦୬୨ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୯୫,୭୩୫ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୧୯୦୧୮ ରହିଛି। ୨୪ ଘଣ୍ଟାରେ ୧,୧୭୨ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।
ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମ ରହିଥିଲେ ମଧ୍ୟ ଆଜି ୯୫,୦୦୦ପାର କରିଛି କରୋନା। ଗତକାଲି ସମଗ୍ର ଦେଶରେ ୪୩, ୭୦, ୧୨୯ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଥିଲା । ଆକ୍ରାନ୍ତଙ୍କ ମଧ୍ୟରୁ ୩୩,୯୮,୮୪୪ ଜଣ ସୁସ୍ଥ ହୋଇଥିଲେ ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଥିଲେ। ବାକି ୭୩, ୮୯୦ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୮୯, ୭୦୬ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮, ୯୭, ୩୯୪ ରହିଥିଲା। ୨୪ ଘଣ୍ଟାରେ ୧,୧୧୫ ଆକ୍ରାନ୍ତ ପ୍ରାଣ ହରାଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/09/10-9.jpg)