ନୂଆଦିଲ୍ଲୀ: ଗତ ଅଳ୍ପ କିଛି ଦିନ ଧରି ଦେଶରେ କରୋନାଭାଇରସ୍ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଗତକାଲିଠାରୁ ୭% କମିଲା ସଂକ୍ରମଣ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮,୦୧୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୧୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ହାର ୭% କମ୍ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୭୬,୧୮,୨୬୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩୧୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୬,୭୬୧ରେ ପହଞ୍ଚିଛି।
India reports 2,38,018 COVID cases (20,071 less than yesterday), 310 deaths, and 1,57,421 recoveries in the last 24 hours.
Active case: 17,36,628
Daily positivity rate: 14.43%8,891 total Omicron cases detected so far; an increase of 8.31% since yesterday pic.twitter.com/CaYmWHCPKX
— ANI (@ANI) January 18, 2022
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୫୭,୪୨୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୫୩,୯୪,୮୮୨।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭,୩୬,୬୨୮।
ସେହିପରି, ଦେଶରେ ସମୁଦାୟ ‘ଓମିକ୍ରନ୍’ ସଂକ୍ରମଣ ସଂଖ୍ୟା ମଧ୍ୟ ୮,୮୯୧ରେ ପହଞ୍ଚିଛି। ସୋମବାର ଠାରୁ ଓମିକ୍ରନ୍ ସଂକ୍ରମଣ ୮.୩୧% ବୃଦ୍ଧି ପାଇଛି।