ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇବା ସହ ମଝିରେ ମଝିରେ କମ୍‌-ବେଶି ହେଉଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୪୯,୩୯୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୦୭୨ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଅପେକ୍ଷା ଆଜିର ସଂକ୍ରମଣ ହାର ୧୩% କମ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୧୯,୫୨,୭୧୨ ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୦୭୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୦୦,୦୫୫ ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୪୬,୬୭୪ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୦୦,୧୭,୦୮୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪,୩୫,୫୬୯।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୬୮.୪୭ କୋଟି ହିତାଧିକାରୀଙ୍କୁ ଟିକା ଦିଆଯାଇଛି।