୨୪ ଘଣ୍ଟାରେ ଦେଶରେ ୬୭,୫୯୭ କୋଭିଡ୍‌-୧୯ ଆକ୍ରାନ୍ତ; ୧୧୮୮ ଜଣ ମୃତ

Advertisment
୨୪ ଘଣ୍ଟାରେ ଦେଶରେ ୬୭,୫୯୭ କୋଭିଡ୍‌-୧୯ ଆକ୍ରାନ୍ତ; ୧୧୮୮ ଜଣ ମୃତ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୧ ଲକ୍ଷ ତଳକୁ ଖସିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୭,୫୯୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୧୮୮ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୩,୩୯,୬୧୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୧୮୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୦୪,୦୬୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୮୦,୪୫୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୦୮,୪୦,୬୦୪।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯,୯୪,୮୯୧।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୭୦,୨୧,୭୨,୬୧୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe