ଦେଶରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୩,୨୯,୯୪୨ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମୁଛି ସଂକ୍ରମଣ | ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣ ସଂଖ୍ୟା ୩.୨୯ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୩,୮୭୬ ରହିଥିବା ଜଣାପଡ଼ିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୨୯,୯୪୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୮୭୬ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୨୯,୯୨,୫୧୭ ଓ ମୃତ୍ୟୁସଂଖ୍ୟା ୨,୪୯,୯୯୨ରେ ପହଞ୍ଚିଛି।

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୫୬,୦୮୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୯୦,୨୭,୩୦୪ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୭,୧୫,୨୨୧।

Coronavirus on Fabric: What You Should Know
WebMD

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୭,୨୭,୧୦,୦୬୬ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୧୦ ତାରିଖ ସୁଦ୍ଧା ସମୁଦାୟ ୩୦,୫୬,୦୦,୧୮୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୫୦,୧୧୦ଟି ନମୁନା।

ସମ୍ବନ୍ଧିତ ଖବର