ନୂଆଦିଲ୍ଳୀ: କିଛି ବର୍ଷର ବ୍ୟବଧାନ ପରେ ପୁଣି ମୁଣ୍ଡ ଟେକିବା ଆରମ୍ଭ କରିଛି କୋଭିଡ-୧୯ । ମୁମ୍ବାଇ, ଦିଲ୍ଲୀ ଓ କେରଳରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଦେଶରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ପାର୍ କରିଛି ।
ବୁଧବାର କର୍ଣ୍ଣାଟକରେ ୪୦ ଟି ନୂଆ କୋଭିଡ୍-୧୯ ମାମଲା ରିପୋର୍ଟ ହୋଇଛି। ଯାହାଫଳରେ ରାଜ୍ୟର ସକ୍ରିୟ ମାମଲା ସଂଖ୍ୟା ୧୨୬ କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ବିଭାଗ ଅନୁଯାୟୀ, ୩୪୪ ଟି ଆର୍ଟି-ପିସିଆର୍ ଏବଂ ୫୧ ଟି ଆର୍ଏଟି ପରୀକ୍ଷା ସମେତ ୩୯୫ ଟି ପରୀକ୍ଷାରୁ ଦୈନିକ ପଜିଟିଭିଟି ହାର ୧୦.୧୨ ପ୍ରତିଶତ ରହିଛି। ତେବେ କୋଭିଡକୁ ନେଇ ଏଯାଏ କୌଣସି ଆଡଭାଇଜରି ଜାରି କରିନାହନ୍ତି କେନ୍ଦ୍ର ସରକାର। ସେହିଭଳି ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାରରୁ ଊର୍ଧ୍ବ ରହିଛି।
ମେ ମାସରେ, କେରଳରେ ସର୍ବାଧିକକୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ସମସ୍ତ ଜିଲ୍ଲାରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । କେରଳର ଡାକ୍ତରଖାନାଗୁଡ଼ିକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ଏବଂ ଥଣ୍ଡା ଓ କାଶ ଲକ୍ଷଣ ଥିବା ଲୋକଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ପଡ଼ୋଶୀ କର୍ଣ୍ଣାଟକରେ ମଧ୍ୟ କୋଭିଡ୍ ମାମଲାରେ ସାମାନ୍ୟ ବୃଦ୍ଧି ଘଟିଛି ।
Follow Us