ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୮,୮୫୫ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ସମୁଦାୟ ସଂକ୍ରମଣସଂଖ୍ୟା ୧.୭୨ ନିୟୁତ ଟପିଯାଇଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୮୫୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୬୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୭,୨୦,୦୪୮ରେ ପହଞ୍ଚିଛି।

publive-image Image Courtesy of CNBC

ଗତ ୨୪ ଘଣ୍ଟାରେ ୧୬୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୪,୦୧୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୦, ୭୪୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୩,୯୪,୩୫୨। ଏହି ତଥ୍ୟ ଅନୁସାରେ, ଦେଶରେ ସୁସ୍ଥତା ହାର ପ୍ରାୟ ୯୬.୯୪% ଥିବା ବେଳେ ମୃତ୍ୟୁସଂଖ୍ୟା ପୂର୍ବପରି ୧.୪୪%ରେ ସ୍ଥିର ରହିଛି।

publive-image Image Courtesy of Mint

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୭୧,୬୮୬ରେ ପହଞ୍ଚିଛି। ଏହା ଦେଶର ସମୁଦାୟ ସଂକ୍ରମଣ ସଂଖ୍ୟାର ୧.୬୨%। କ୍ରମାଗତ ୧୦ମ ଦିନ ଲାଗି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି।

ସେହିଭଳି, ଜାନୁଆରି ୨୮ ସୁଦ୍ଧା ଦେଶରେ ସମୁଦାୟ ୨୮,୪୭,୬୦୮ ଜଣଙ୍କୁ କୋଭିଡ୍‌-୧୯ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଶୁକ୍ରବାର ସୁଦ୍ଧା ସମୁଦାୟ ୧୯,୫୦,୮୧,୦୭୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୪୨,୩୦୬ଟି ନମୁନା।