କୋଭିଡ୍‌-୧୯: ୨୪ ଘଣ୍ଟାରେ ଦେଶରେ ୨୩,୨୮୫ ନୂଆ ସଂକ୍ରମଣ ସହ ୧.୧୩ କୋଟି ଟପିଲା ସମୁଦାୟ ସଂକ୍ରମଣ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୨୩,୨୮୫ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୧୩ କୋଟି ଟପିଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୩,୨୮୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୧୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୩,୦୮,୮୪୬ରେ ପହଞ୍ଚିଛି।

Image Courtesy of Hindustan Times

ଗତ ୨୪ ଘଣ୍ଟାରେ ହୋଇଥିବା ୧୧୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୮,୩୦୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫,୧୫୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୯,୫୩,୩୦୬।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୯୭,୨୩୭ । ଏହା ହେଉଛି ସମୁଦାୟ ସଂକ୍ରମଣ ସଂଖ୍ୟା ୧.୭୪%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୬୧,୬୪,୯୨୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୧୧ ସୁଦ୍ଧା ସମୁଦାୟ ୨୨,୪୯,୯୮,୬୩୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୪୦,୩୪୫ଟି ନମୁନା।

ସମ୍ବନ୍ଧିତ ଖବର