ନୂଆଦିଲ୍ଲୀ: ସାମ୍ପ୍ରତିକ କୋଭିଡ୍-୧୯ ପରିସ୍ଥିତି ଦୃଷ୍ଟିରୁ ଅଧିକ ଦୂରଦୃଷ୍ଟି ସମ୍ପନ୍ନ ହେବା, ତଥ୍ୟାବଳୀ ଅନୁଶୀଳନ କରିବା, ଗୁରତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିବା ସହ ଆଞ୍ଚଳିକ ଓ ଜିଲ୍ଲାସ୍ତରରେ କଠୋର ଏବଂ ତ୍ବରିତ ‘କଣ୍ଟେନ୍ମେଣ୍ଟ୍’ କାର୍ଯ୍ୟପନ୍ଥା ଗ୍ରହଣ ପାଇଁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ଆଜି ନିର୍ଦେଶ ଦେଇଛି।
୨୦୨୨ ଜାନୁଆରି ୩୧ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ କଠୋର ଭାବେ ‘ନ୍ୟାସ୍ନାଲ୍ ଡିରେକ୍ଟିଭ୍ ଫର୍ କୋଭିଡ୍-୧୯ ମ୍ୟାନେଜ୍ମେଣ୍ଟ୍’ ବଳବତ୍ତର ରଖିବାକୁ ଗୃହ ବ୍ୟାପାର ମନ୍ତ୍ରାଳୟ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳମାନଙ୍କୁ ନିର୍ଦେଶ ଦେଇଛି।
National Directives for COVID-19 management to continue to be strictly followed throughout the country till 31st January 2022: Ministry of Home Affairs to States/UTs#Omicronpic.twitter.com/5YQPAy54mY
— ANI (@ANI) December 27, 2021
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୫୩୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୧୫ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୭,୯୩,୩୩୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩୧୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୯,୯୯୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭,୧୪୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୨,୩୭,୪୯୫।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭୫,୮୪୧।