କୋଭିଡ୍‌-୧୯: ଅତି ଉତ୍କଟ ମହାମାରୀ ସଂକ୍ରମଣ ହୋଇଥିବା ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବୈଠକ

Advertisment
କୋଭିଡ୍‌-୧୯: ଅତି ଉତ୍କଟ ମହାମାରୀ ସଂକ୍ରମଣ ହୋଇଥିବା ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବୈଠକ

Image Courtesy of The Times of India

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ମୋଦୀ କୋଭିଡ୍‌-୧୯ ମହାମାରୀଦ୍ୱାରା ସବୁଠୁ ଅଧିକ ପ୍ରଭାବିତ ହୋଇଥିବା ୧୦ଟି ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକରେ ବସିଛନ୍ତି।

ଉତ୍ତର ପ୍ରଦେଶ, ଦିଲ୍ଲୀ, ଛତିଶଗଡ଼, ଗୁଜରାଟ, କେରଳ, କର୍ଣ୍ଣାଟକ, ମହାରାଷ୍ଟ୍ର ଏବଂ ପଞ୍ଜାବ ସମେତ ୧୦ଟି ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ବରିଷ୍ଠ ସରକାରୀ ଅଧିକାରୀମାନେ ମଧ୍ୟ ଏହି ବୈଠକରେ ଉପସ୍ଥିତ ଅଛନ୍ତି।

ଗୁରୁବାର ଦିନ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦୀ ଦେଶରେ ଅକ୍ସିଜେନ୍‌ ଯୋଗାଣ ସଂକ୍ରାନ୍ତରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଥିଲେ। ‘ଅକ୍ସିଜେନ୍‌’ ଉତ୍ପାଦନ ଏବଂ ବଣ୍ଟନ ତ୍ୱରାନ୍ଵିତ କରିବା ଲାଗି ଶୀର୍ଷସ୍ତରୀୟ ଅଧିକାରୀମାନଙ୍କୁ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ। ରାଜ୍ୟମାନେ ମଧ୍ୟ ‘ଅକ୍ସିଜେନ୍‌’ ଗଚ୍ଛିତ ରଖିଥିବା ପ୍ରତିଷ୍ଠାନ ବିପକ୍ଷରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସେ ନିର୍ଦେଶ ଦେଇଥିଲେ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୩୨,୭୩୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨,୧୬୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୬୨,୬୩,୧୯୫ରେ ପହଞ୍ଚିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe