ଭାରତର ମୋଟ ସଂକ୍ରମିତ ସଂଖ୍ୟା ୪୯ ଲକ୍ଷ ଟପିଲା, ୨୪ ଘଣ୍ଟାରେ ୮୩ ହଜାର ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ : ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ଦ୍ରୁତ ଗତିରେ ବଢିତାଲିଛି । ମଙ୍ଗଳବାର ସୁଦ୍ଧା ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୪୯ ଲକ୍ଷ ୩୦ ହଜାର ଟପିଯାଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୪୯,୩୦,୨୩୭ ରେ ପହଞ୍ଚିଛି । ଏହା ମଧ୍ୟରୁ ୯,୯୦,୦୬୧ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୮୦,୭୭୬ ଅନ୍ତର୍ଭୁକ୍ତ । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୩୮,୫୯,୪୦୦ ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ ଭାରତରେ ୮୩,୮୦୯ ନୂଆ ମାମଲା ସାମନାକୁ ଆସିଛି । ଦେଶର ମୃତ୍ୟୁହାର ୧.୭ ପ୍ରତିଶତ ରହିଥିବାବେଳେ ଆରୋଗ୍ୟ ହାର ୭୮ ପ୍ରତିଶତ ଟପିଯାଇଛି । ସବୁଠାରୁ ଅଧିକ ମାମଲା ମହାରାଷ୍ଟ୍ରରେ ଜଣାପଡ଼ିଥିବାବେଳେ ଏହି ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୦ ଲକ୍ଷ ଟପିଯାଇଛି ।

Aran Packaging

ଅନ୍ୟପକ୍ଷରେ ସାରା ବିଶ୍ୱରେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୨ କୋଟି ୯୪ ଲକ୍ଷ ଓ ମୃତ୍ୟୁସଂଖ୍ୟା ୯.୩୨ ଲକ୍ଷ ଟପିଯାଇଛି । ଆମେରିକାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୭ ଲକ୍ଷ ଟପିଯାଇଛି । ଆମେରିକା ତଳକୁ ଭାରତ ଓ ବ୍ରାଜିଲ ରହିଛନ୍ତି । ତେବେ ମୃତ୍ୟୁସଂଖ୍ୟା ଦୃଷ୍ଟିରୁ ଆମେରିକା ପ୍ରଥମ ସ୍ଥାନରେ ଥିବାବେଳେ ୨ୟ ସ୍ଥାନରେ ରହିଛି ବ୍ରାଜିଲ । ଏଠାରେ ୧ ଲକ୍ଷ ୩୨ ହଜାର କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

ସମ୍ବନ୍ଧିତ ଖବର