କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧକୁ ଗ୍ରହଣ କଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ

Advertisment

ସମ୍ବଲପୁର, ସୁନ୍ଦରଗଡ଼, ଝାରୁସୁଗୁଡ଼ା ଓ ଅନୁଗୁଳ ଜିଲ୍ଲାରେ ୫୫୦ ବେଡ୍ ବ୍ୟବସ୍ଥା

ସମ୍ବଲପୁର, ସୁନ୍ଦରଗଡ଼, ଝାରୁସୁଗୁଡ଼ା ଓ ଅନୁଗୁଳ ଜିଲ୍ଲାରେ ୫୫୦ ବେଡ୍ ବ୍ୟବସ୍ଥା

ପିଏସ୍‌ୟୁ ଦେବେ ୧୦ ଲକ୍ଷ ମାଗଣା ଟିକା, କର୍ପୋରେଟ୍ ଭ୍ୟାକସିନ୍ ଟ୍ୟାସ୍କ ଫୋର୍ସ ଗଠନ ହେବ : ଧର୍ମେନ୍ଦ୍ର

image source-dna india

ଭୁବନେଶ୍ବର: ସମ୍ବଲପୁର, ସୁନ୍ଦରଗଡ଼, ଝାରୁସୁଗୁଡ଼ା ଓ ଅନୁଗୁଳ ଜିଲ୍ଲାରେ ୫୫୦ ବେଡ୍ ସହ ଆନୁସଙ୍ଗିକ ବ୍ୟବସ୍ଥା କରିବାକୁ ଏମସିଏଲକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀ ପ୍ରହ୍ଲାଦ ଯୋଶୀ। ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧକୁ ଗ୍ରହଣ କରିଛନ୍ତି କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ୭ ତାରିଖରେ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ୫୫୦ଟି ବେଡ୍ ସହ ଅକ୍ସିଜେନ୍ ସଂଯୁକ୍ତ ବେଡ୍, ଆଇସିୟୁ, ଭେଂଟିଲେଟର ତଥା ଆନୁସଙ୍ଗିକ ବ୍ୟବସ୍ଥା କରିବାକୁ ଅନୁରୋଧ କରିଥିବା ବେଳେ ଯୋଶୀ ଏହି ପତ୍ରର ପ୍ରତ୍ୟୁତ୍ତରରେ କେନ୍ଦ୍ରମନ୍ତ୍ରୀଙ୍କ ଅନୁରୋଧକୁ ପ୍ରାଥମିକତା ଦେଇ ପଦକ୍ଷେପ ନେବାକୁ ଏମଏସିଏଲକୁ ନିର୍ଦ୍ଦେଶ ଦେଇଥିବା ଉଲ୍ଲେଖ କରିଛନ୍ତି । ଏହି ସଂକଟ ସମୟରେ ଓଡ଼ିଶାରେ ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ ଦେଉଥିବାରୁ ପଧ୍ରାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି ।
ସୂଚନାଯୋଗ୍ୟ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କେନ୍ଦ୍ର ଖଣି ମନ୍ତ୍ରୀଙ୍କୁ ପତ୍ର ଲେଖି ସମ୍ବଲପୁର ଠାରେ ୧୫୦ଟି ଅକ୍ସିଜେନ୍ ସଂଯୁକ୍ତ ବେଡ୍, ଆଇସିୟୁ ଏବଂ ଭେଂଟିଲେଟର ସୁବିଧା ସହ ଅସ୍ଥାୟୀ ଭାବେ ସୁପର ସ୍ପେଶାଲିଟି ହସ୍ପଟିାଲ ପ୍ରତିଷ୍ଠା, ସୁନ୍ଦରଗଡ଼ ଜିଲ୍ଲାର ଏମସିଏଲର ବସୁନ୍ଧରା ଏବଂ ଝାରସୁଗୁଡ଼ା ଜିଲ୍ଲାର ବ୍ରଜରାଜନଗର ଅଂଚଳରେ ଥିବା କୋଭିଡ୍ ହସ୍ପିଟାଲରେ ୫୦ଟି ଲେଖାଏଁ ଅକ୍ସିଜେନ୍ ସଂଯୁକ୍ତ ବେଡ଼୍ ସହ ଆଇସିୟୁ ଏବଂ ଭେଂଟିଲେଟର ସୁବିଧା ପ୍ରଦାନ କରିବାକୁ ଅନୁରୋଧ କରିଥିଲେ । ଅନୁରୂପ ଭାବରେ ଝାରସୁଗୁଡ଼ା ଜିଲ୍ଲା ଲଖନପୁର କୋଭିଡ୍ ହସ୍ପିଟାଲ ଏବଂ ଅନୁଗୁଳ ଜିଲ୍ଲା ତାଳଚେର ସ୍ଥିତ ଏମସିଏଲର କୋଭିଡ୍ ହସ୍ପିଟାଲ ଠାରେ ୧୫୦ଟି ଲେଖାଏଁ ଅକ୍ସିଜେନ୍ ସଂଯୁକ୍ତ ବେଡ଼୍, ଆଇସିୟୁ ଏବଂ ଭେଂଟିଲେଟରର ବ୍ୟବସ୍ଥା କରିବାକୁ ଅନୁରୋଧ କରିଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe