ନୂଆଦିଲ୍ଲୀ: ଦେଶରେ ଲଗାତାର ଭାବେ କମୁଛି କରୋନା ସଂକ୍ରମଣ | ୪ଲକ୍ଷ ଉପରେ ରହୁଥିବା ସଂକ୍ରମଣ ଏବେ ୨ଲକ୍ଷରେ ପହଂଚିଛି | ହେଲେ ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି, ଯାହା ଏବେ ସରକାରଙ୍କ ଚିନ୍ତାର କାରଣ ପାଲଟିଛି | ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣ ସଂଖ୍ୟା ୨.୬୩ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪,୩୨୯ ରହିଥିବା ଜଣାପଡ଼ିଛି। ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥ ସଂଖ୍ୟା ଅଧିକ ରହିଛି |
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୬୩, ୫୩୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪,୩୨୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୫୨,୨୮,୯୯୬ ଓ ମୃତ୍ୟୁସଂଖ୍ୟା ୨,୭୮,୭୧୯ରେ ପହଞ୍ଚିଛି।
ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୪,୨୨,୪୩୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୧୫,୯୬,୫୧୨ରେ ପହଞ୍ଚିଛି।
India Todayଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୩,୫୩,୭୬୫।କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୮,୪୪,୫୩,୧୪୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୧୭ ତାରିଖ ସୁଦ୍ଧା ସମୁଦାୟ ୩୧,୮୨,୯୨,୮୮୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୬୯,୨୨୩ଟି ନମୁନା।
Follow Us