ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ୯୪ ଲକ୍ଷ ଟପିଲା, ୨୪ ଘଣ୍ଟାରେ ୪୮୨ ମୃତ

ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ  ପ୍ରାୟ ୩୧ ହଜାର ୧୧୮ ନୂଆ ସଂକ୍ରମଣ ସହ  ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୯୪ ଲକ୍ଷ ଟପିଯାଇଛି ।  ୪୮୨ ଜଣ ମୃତ୍ୟୁବରଣ କରିଛନ୍ତି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୯୪୬୨୮୦୯ ରେ ପହଞ୍ଚିଛି । ଏହା ମଧ୍ୟରୁ ୪୩୫୬୦୩ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧୩୭୬୨୧ କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୮୮,୮୯୫୮୫ ରେ ପହଞ୍ଚିଛି ।

ଅନ୍ୟପକ୍ଷରେ ସାରା ବିଶ୍ୱରେ ମଙ୍ଗଳବାର  ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୬ କୋଟି ୩୧ ଲକ୍ଷ ଓ ମୃତ୍ୟୁସଂଖ୍ୟା ୧୪.୬୭ ଲକ୍ଷ ଟପିଯାଇଛି । ଆମେରିକାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୩୫ ଲକ୍ଷ ଟପିଯାଇଛି ।  ଆମେରିକା ତଳକୁ ଭାରତ ଓ ବ୍ରାଜିଲ ରହିଛନ୍ତି ।

ସମ୍ବନ୍ଧିତ ଖବର