୨୪ଘଣ୍ଟାରେ ୪୪,୬୮୪ କରୋନା ଆକ୍ରାନ୍ତ ଚିହ୍ନଟ, ୪୭,୯୯୨ଜଣ ସୁସ୍ଥ

ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଇପାରେ ଲାଗିଛି । ଗତ ୨୪ ଘଣ୍ଟାରେ  ପ୍ରାୟ ୪୪ ହଜାର ୬୮୪ ନୂଆ ସଂକ୍ରମଣ ସହ  ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୮୭,୭୩,୪୭୯ ରେ ପହଞ୍ଚିଛି ଓ ୫୨୦ ଜଣ ମୃତ୍ୟୁବରଣ କରିଛନ୍ତି । ଏହା ସହ ଦେଶରେ ୨୪ଘଣ୍ଟାରେ ୪୭,୯୯୨ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୮୭,୭୩,୪୭୯ରେ ପହଞ୍ଚିଛି । ଏହା ମଧ୍ୟରୁ ୪,୮୦,୭୧୯ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧,୨୯,୧୮୮ କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୮୧,୬୩,୫୭୨ ରେ ପହଞ୍ଚିଛି ।

ଦେଶରେ କରୋନା ସଂକ୍ରମଣ କମୁଥିବାବେଳେ ଆଗାମୀ ଦିନରେ ସଂକ୍ରମଣର ୨ୟ ଲହରୀ ଆସିବାର ଆଶଙ୍କା କରୁଛନ୍ତି ବିଶେଷଜ୍ଞ ଓ ସରକାର । ଏ ନେଇ ଲୋକଙ୍କୁ ସତର୍କ ରହିବା ସହ କରୋନା ପ୍ରୋଟୋକଲ ମାନି ଚଳିବା ପାଇଁ କୁହାଯାଉଛି।

ସମ୍ବନ୍ଧିତ ଖବର

Comments are closed.