ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଚାଲିଛି । ଗତ ୨୪ ଘଣ୍ଟାରେ ଦେଶରେ ୫୩,୩୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୬୫୦ ଜଣ ମୃତ୍ୟୁବରଣ କରିଛନ୍ତି । ଏହା ଫଳରେ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୮ ଲକ୍ଷ ଟପିଯାଇଛି । ଏହା ସହିତ ଦେଶର ଆରୋଗ୍ୟ ସଂଖ୍ୟା ୭୦ ଲକ୍ଷ ଟପିଯାଇଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୭୮,୧୪,୬୮୨ରେ ପହଞ୍ଚିଛି । ଏହା ମଧ୍ୟରୁ ୬୮୦୬୮୦ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧,୧୭,୯୫୬ କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୭୦୧୬୦୪୬ ରେ ପହଞ୍ଚିଛି ।
ଅନ୍ୟପକ୍ଷରେ ସାରା ବିଶ୍ୱରେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୨୧ ଲକ୍ଷ ଓ ମୃତ୍ୟୁସଂଖ୍ୟା ୧୧.୪୩ ଲକ୍ଷ ଟପିଯାଇଛି । ଆମେରିକାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୪ ଲକ୍ଷ ୮୯ ହଜାରକୁ ବୃଦ୍ଧି ପାଇଛି । ଆମେରିକା ତଳକୁ ଭାରତ ଓ ବ୍ରାଜିଲ ରହିଛନ୍ତି ବୋଲି ଆମେରିକାର ଜନ ହପକିନ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ତଥ୍ୟରେ କୁହାଯାଇଛି ।