୨୪ ଘଣ୍ଟାରେ ୫୩ ହଜାର ନୂଆ ଆକ୍ରାନ୍ତ, ୬୫୦ ମୃତ, ୭୦ ଲକ୍ଷ ଟପିଲା ଆରୋଗ୍ୟ ସଂଖ୍ୟା

Advertisment
୨୪ ଘଣ୍ଟାରେ ୫୩ ହଜାର ନୂଆ ଆକ୍ରାନ୍ତ, ୬୫୦ ମୃତ, ୭୦ ଲକ୍ଷ ଟପିଲା ଆରୋଗ୍ୟ ସଂଖ୍ୟା

Image by PIRO4D from Pixabay

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଚାଲିଛି । ଗତ ୨୪ ଘଣ୍ଟାରେ ଦେଶରେ ୫୩,୩୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୬୫୦ ଜଣ ମୃତ୍ୟୁବରଣ କରିଛନ୍ତି । ଏହା ଫଳରେ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୮ ଲକ୍ଷ ଟପିଯାଇଛି ।  ଏହା ସହିତ ଦେଶର ଆରୋଗ୍ୟ ସଂଖ୍ୟା ୭୦ ଲକ୍ଷ ଟପିଯାଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୭୮,୧୪,୬୮୨ରେ ପହଞ୍ଚିଛି । ଏହା ମଧ୍ୟରୁ ୬୮୦୬୮୦ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧,୧୭,୯୫୬ କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୭୦୧୬୦୪୬ ରେ ପହଞ୍ଚିଛି ।

ଅନ୍ୟପକ୍ଷରେ ସାରା ବିଶ୍ୱରେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୨୧ ଲକ୍ଷ ଓ ମୃତ୍ୟୁସଂଖ୍ୟା ୧୧.୪୩ ଲକ୍ଷ ଟପିଯାଇଛି । ଆମେରିକାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୪ ଲକ୍ଷ ୮୯ ହଜାରକୁ ବୃଦ୍ଧି ପାଇଛି । ଆମେରିକା ତଳକୁ ଭାରତ ଓ ବ୍ରାଜିଲ ରହିଛନ୍ତି ବୋଲି ଆମେରିକାର ଜନ ହପକିନ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ତଥ୍ୟରେ କୁହାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe