ନୂଆଦିଲ୍ଲୀ: ବିଶିଷ୍ଟ ସିପିଆଇ ନେତା ତଥା ପୂର୍ବତନ ସାଂସଦ ଗୁରୁଦାସ ଦାସଗୁପ୍ତାଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ଉପ ରାଷ୍ଟ୍ରପତି ଏମ୍. ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଦାସଗୁପ୍ତା ତିନି ଥର ରାଜ୍ୟସଭା ସାଂସଦ ରହିଥିବା ବେଳେ ଦୁଇ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ। ସେ ୧୯୩୬ ମସିହା ନଭେମ୍ବର ୩ ତାରିଖରେ ବାଂଲାଦେଶର ବରିସାଲ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ।
ସିପିଆଇ ନେତା ଗୁରୁଦାସ ଦାସଗୁପ୍ତାଙ୍କ ପରଲୋକ
/sambad/media/post_attachments/wp-content/uploads/2019/11/Gurudas-Dasgupta.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)