ଗୁଜରାଟ ଉପକୂଳକୁ ମାଡ଼ି ଆସୁଛି ସାମୁଦ୍ରିକ ଘୂର୍ଣ୍ଣିଝଡ଼ ‘ମହା’

ମୁମ୍ବାଇ : ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଘୂର୍ଣ୍ଣିଝଡ଼ ‘ମହା’ ଏବେ ବାତ୍ୟାର ରୂପ ନେଇ ଗୁଜୁରାଟ ଉପକୂଳ ଆଡ଼କୁ ମୁହାଁଇଛି। ଆଜି ସନ୍ଧ୍ୟା ସୁଦ୍ଧା ସାମୁଦ୍ରିକ ବାତ୍ୟା ‘ମହା’ ଗୁଜୁରାଟ ଉପକୂଳଠାରୁ ୫୯୦ କିଲୋମିଟର ଦୂରରେ ରହିଥିବା କହିଛି ଭାରତୀୟ ପାଣିପାଗ ବିଭାଗ। ବାତ୍ୟା ‘ମହା’ର ପ୍ରଭାବରେ ମହାରାଷ୍ଟ୍ର, ଗୋଆ ଓ କର୍ଣ୍ଣାଟକ ସମେତ ଗୁଜୁରାଟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା କହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ପ୍ରବଳ ବେଗରେ ପବନ ବହିବା ସମ୍ଭାବନା ରହିଥିବା ଦୃଷ୍ଟିରୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧିତ ଖବର