ଭୁବନେଶ୍ବର: ଆଜି ଅପରାହ୍ନ ୨ଟା ୩୦ ସମୟର ପର୍ଯ୍ୟବେକ୍ଷଣ ଅନୁଯାୟୀ ଗତ ୬ ଘଣ୍ଟା ମଧ୍ୟରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ‘ମିଗଜୋମ’ ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୧ କିଲୋମିଟର ବେଗରେ ଅଗ୍ରସର ହେଉଛି। ଏହା ସମାନ ଅଞ୍ଚଳରେ ୧୨ଡ଼ିଗ୍ରି ଉତ୍ତର ଅକ୍ଷାଂଶ ଏବଂ ୮୨.୧ ଡ଼ିଗ୍ରୀ ପୂର୍ବ ଦ୍ରାଘିମା ପାଖରେ, ପୁଡୁଚେରୀର ପ୍ରାୟ ୨୫୦ କିଲୋମିଟର ପୂର୍ବ, ଚେନ୍ନାଇର ୨୩୦ କିଲୋମିଟର ପୂର୍ବ-ଦକ୍ଷିଣ ପୂର୍ବ, ନେଲୋରର ୩୫୦ କିଲୋମିଟର ଦକ୍ଷିଣ-ପୂର୍ବ, ବାପାଟଲାର ୪୬୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଏବଂ ମଛଲିପଟନମ ଠାରୁ ୪୮୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ରହିଛି। ଏହା ପରବର୍ତ୍ତୀ ସମୟରେ ନିଜ ଗତିର ଦିଗ ଉତ୍ତର ପଶ୍ଚିମ ଦିଗରେ ବଜାୟ ରଖିବା ସହ ୪ ତାରିଖ ପୂର୍ବାହ୍ନ ବେଳକୁ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ର ସମୁଦ୍ର ମଧ୍ୟରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ହେବା ସମ୍ଭାବନା ରହିଛି।

Advertisment

ଏହା ପରେ ଉତ୍ତର ଦିଗରେ ଗତିକରିବା ସହ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳକୁ ପ୍ରାୟ ସମାନ୍ତରାଳ ଭାବେ ଗତିକରି, ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ନେଲୋର ଏବଂ ମଛଲିପଟନମ ମଧ୍ୟରେ ୫ ଡିସେମ୍ବର ପୂର୍ବାହ୍ନରେ ଏକ ଭୀଷଣ ବାତ୍ୟା ଭାବେ ସର୍ବାଧିକ ସ୍ଥାୟୀ ପବନ ବେଗ ଘଣ୍ଟା ପ୍ରତି ବେଗ ୯୦ ରୁ ୧୦୦ କିଲୋମିଟର ତଥା ଝଟକା ପବନ ୧୧୦ କିମି ବେଗରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି।