ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ଆଜି ୪ ପ୍ରତିଶତ ବୃଦ୍ଧି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ୨୦୨୦ ଜାନୁଆରି ପହିଲାରୁ ବର୍ଦ୍ଧିତ ମହଙ୍ଗା ଭତ୍ତା ଲାଗୁହେବ। ଫଳରେ ୨୦୨୦ ଜାନୁଆରି ପହିଲାରୁ କର୍ମଚାରୀ ଓ ପେନସନଭୋଗୀମାନେ ୧୭ ପ୍ରତିଶତ ପରିବର୍ତ୍ତେ ୨୧ ପ୍ରତିଶତ ମହଙ୍ଗା ଭତ୍ତା ପାଇବେ। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିରେ ୪୮ ଲକ୍ଷ କର୍ମଚାରୀ ଏବଂ ୬୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ। କ୍ୟାବିନେଟ୍ ବୈଠକ ପରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ଏହି ସୂଚନା ଦେଇଛନ୍ତି। ବର୍ଦ୍ଧିତ ମହଙ୍ଗା ଭତ୍ତା ବାବଦରେ କେନ୍ଦ୍ର ସରକାରଙ୍କୁ ବାର୍ଷିକ ୧୪,୫୯୫ କୋଟି ଟଙ୍କାର ଆର୍ଥିକ ବୋଝ ବହନ କରିବାକୁ ହେବ।
Advertisment
Sambad is now on WhatsApp
Join and get latest news updates delivered to you via WhatsApp