୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ଆୟକର ରିଟର୍ଣ୍ଣ ଦାଖଲର ଶେଷ ତାରିଖ ଜୁନ୍‌ ୩୦ ପର୍ଯ୍ୟନ୍ତ ବୃଦ୍ଧି; ଘୋଷଣା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ସଂପ୍ରତି କରୋନା ଭାଇରସ୍‌କୁ କେନ୍ଦ୍ରକରି ସମଗ୍ର ଦେଶରେ ଏକ ଅଦ୍ଭୂତପୂର୍ବ ପରିସ୍ଥିତି ସୃଷ୍ଟି ହୋଇଛି। କରୋନା ଭାଇରସ୍‌ର ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରମାନେ ଲକ୍‌ ଆଉଟ୍‌ ଠାରୁ ଆରମ୍ଭ କରି କର୍ଫ୍ୟୁ ପର୍ଯ୍ୟନ୍ତ ଘୋଷଣା କରିଥିବା ବେଳେ ସମଗ୍ର ଦେଶରେ ଜୀବନ ଯାତ୍ରା ଏକରକମ ଠପ୍‌ ହୋଇପଡ଼ିଛି।

ସାଂପ୍ରତିକ ସ୍ଥିତି ଓ ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ଆୟକର ରିଟର୍ଣ୍ଣ ଦାଖଲର ଅବଧିକୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆସନ୍ତା ଜୁନ୍‌ ମାସ ୩୦ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦେଇଥିବା ଆଜି ଘୋଷଣା କରିଛନ୍ତି। ପ୍ରସଙ୍ଗକ୍ରମେ ଉଲ୍ଲେଖଯୋଗ୍ୟ, ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ଆୟକର ରିଟର୍ଣ୍ଣ ଦାଖଲର ଶେଷ ତାରିଖ ମାର୍ଚ୍ଚ ୩୧, ୨୦୨୦ ରହିଥିଲା।

ସମ୍ବନ୍ଧିତ ଖବର